Hindusthan Samachar
Banner 2 रविवार, दिसम्बर 16, 2018 | समय 07:23 Hrs(IST) Sonali Sonali Sonali Singh Bisht

କୁକୁଡ଼ା ଫାର୍ମରେ ଅଗ୍ନିକାଣ୍ଡ

By HindusthanSamachar | Publish Date: Dec 8 2018 8:47PM
କୁକୁଡ଼ା ଫାର୍ମରେ ଅଗ୍ନିକାଣ୍ଡ
ଗଞ୍ଜାମ, ୮ ଡିସେମ୍ବର (ହି.ସ.)- ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଓସିଙ୍ଗି ଗ୍ରାମରେ ଥିବା ଏକ କୁକୁଡ଼ା ଫାର୍ମରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ଶହ ଶହ ସଂଖ୍ୟାରେ କୁକୁଡ଼ା ଜୀବନ୍ତ ଦଗ୍ଧ ହୋଇଛନ୍ତି । ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି । ରାଜନୈତିକ ଶତୃତାକୁ କେନ୍ଦ୍ର କରି କୌଣସି ଦୁର୍ବୃତ ଫାର୍ମରେ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଚଳାଇଛି । ହିନ୍ଦୁସ୍ଥାନ ସମାଚାର/ହୃଷିକେଶ/ପ୍ରଦୀପ୍ତ
image